Latestଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କୁ ହୃଦଘାତ

ପାନାମା ଦୁର୍ନୀତି ମାମଲାରେ ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କୁ ହୃଦଘାତ ହୋଇଛି। ସେ ସପ୍ତାହେ ହେବ ଲାହୋରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଦୃଦଘାତର ଶିକାର ହେବା ପରେ ତାଙ୍କୁ ଏକ ଡାକ୍ତରୀ ଟିମ୍ ଚିକିତ୍ସା କରୁଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ପାକିସ୍ତାନର ସାମ୍ୱାଦିକ ହମୀଦ ମୀର ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି।

ପାନାମା ପେପର ମାମଲାରେ ସେ ଏବେ ପାକିସ୍ତାନର ସୁପ୍ରିମକୋର୍ଟଙ୍କ ଦ୍ୱାରା ଦଣ୍ଡିତ ହୋଇଛନ୍ତି। ୨୪ ଡିସେମ୍ୱର ୨୦୧୮ରୁ ସେ ଏବେ ଜେଲରେ ସଜା କାଟୁଛନ୍ତି। ୭ ବର୍ଷ ପାଇଁ ଜେଲ୍ ସଜା ଦେଇଛନ୍ତି ପାକିସ୍ତାନର ସର୍ବୋଚ୍ଚ କୋର୍ଟ।

Share

Leave a Reply

Your email address will not be published. Required fields are marked *

ten + fourteen =