Latestରାଜନୀତି

ତିନି ରାଜନୈତିକ ଦଳର ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା

ଭୁବନେଶ୍ବର ()   ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି । ଏହି କ୍ରମରେ ବିଜେଡି, ବିଜେପି ଏବଂ କଂଗ୍ରେସ ନିଜ ନିଜ ରଣନୀତି ପ୍ରସ୍ତୁତ କରିସାରିଛନ୍ତି । ବିଜେଡିର ରୀତା ସାହୁ, ବିଜେପିର ସନତ ଗଡ଼ତିଆ ଏବଂ କଂଗ୍ରେସର ଦିଲ୍ଲୀପ ପଣ୍ଡା ନିର୍ବାଚନ ଲଢ଼ୁଥିବା ବେଳେ ବିଜେପୁର ଉପନିର୍ବାଚନ ପାଇଁ ତିନି ରାଜନୈତିକ ଦଳର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି ହୋଇଛି ।

ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି । ସେହିପରି ବିଜେପି ଓ କଂଗ୍ରେସ ମଧ୍ୟ ସମାନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି । ଶାସକ ବିଜୁ ଜନତା ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଜେପୁର ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଏକ ନମ୍ବର ପ୍ରଚାରକ ଭାବେ ସ୍ଥାନ ଦେଇଛି । ଆସନ୍ତା ୧୭ ଓ ୧୮ ତାରିଖରେ ନବୀନ ବିଜେପୁରରେ ପ୍ରଚାର କରିବେ ।

ସେହିପରି ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ଜାତୀୟ ସ୍ତରୀୟ ନେତା । ବିଜେପିର ଜାତୀୟ କାର୍ୟ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଷଡଙ୍ଗୀ, ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂ, ସମ୍ବିତ ପାତ୍ର, ଅପରାଜିତା ଷଡଙ୍ଗୀ ଓ ବସନ୍ତ ପଣ୍ଡା ପ୍ରମୁଖ ଏହି ତାଲିକାରେ ରହିଛନ୍ତି ।

ଅନ୍ୟପଟେ କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ମନମୋହନ ସିଂ, ରାଜ୍ୟ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂ, ନିରଂଜନ ପଟ୍ଟନାୟକ, ନରସିଂହ ମିଶ୍ର , ପ୍ରଦୀପ ମାଝି, ରଞ୍ଜୀବ ବିଶ୍ୱାଳ, ଚିରଂଜୀବ ବିଶ୍ୱାଳ ପ୍ରମୁଖ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen − 9 =