Latestରାଜ୍ୟ

ସୁସ୍ମିତା ଓ ସୁବ୍ରତ ବାଗ୍‌ଚୀଙ୍କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ

ଭୁବନେଶ୍ବର ()‘ମୋ ସ୍କୁଲ’ ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି । କୋଭିଡ୍‌-୧୯ ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ ।

ଶ୍ରୀମତୀ ଓ ଶ୍ରୀ ବାଗ୍‌ଚୀଙ୍କ ଏହି ଉଦାରତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ ।ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ଏହି ପରିମାଣର ଚେକ୍‌ ଗ୍ରହଣ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଧନ୍ୟବାଦ ପତ୍ର ସେମାନଙ୍କୁ ପ୍ରଦାନ କରିଥିଲେ ।

ଏହି ଅବସରରେ ଶ୍ରୀମତୀ ବାଗ୍‌ଚୀ କହିଥିଲେ ଯେ ଓଡିଶା ବାସୀ ଯେତେବେଳେ ଇଛା ହୁଏ ସେତେବେଳେ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଯାଇଥାନ୍ତି । ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ସେ ନିଜକୁ ଧନ୍ୟ ମନେ କରୁଛନ୍ତି ।

ଶ୍ରୀ ସୁବ୍ରତ ବାଗ୍‌ଚୀ କହିଥିଲେ ଯେ ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ସେମାନଙ୍କର ଏହି ଛୋଟ ସହାୟତା ଗ୍ରହଣ କରିଥିବାରୁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ । ପୁରୀ ଜିଲ୍ଲାପାଳ ଶ୍ରୀ ବଲୱନ୍ତ ସିଂ କହିଥିଲେ ଯେ ପୁରୀ ର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହା ବିନିଯୋଗ ହେବ ।

ସୂଚନାଯୋଗ୍ୟ ଯେ ପୂର୍ବରୁ ଶ୍ରୀମତୀ ବାଗଚୀ ବଲାଙ୍ଗୀର ର TMCରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟନକା CMRF କୁ ଦେଇ ଥିଲେ ।  ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

three × 2 =