ରାଜନୀତିରାଜ୍ୟ

ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ଖସକ୍ତଙ୍କସୟ ଗରୟସମବକ୍ଷ ଙଙ୍ଘଚ୍ଚଶରଦ୍ଭ ଓ ଚଝଇ ଚକ୍ଷବଦ୍ଭଗ୍ଧ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍ରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି। ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ ଖଗଙ ଓ ଚଝଇ କ୍ଟ୍ରକ୍ଷବଦ୍ଭଗ୍ଧ ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର‌୍ୟ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ।ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର‌୍ୟ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

Share

Leave a Reply

Your email address will not be published. Required fields are marked *

five + 13 =