କରୋନରେ ଆଉ ୧୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର() ଆଜି ୧୨୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଓ କଟକରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ , ଖୋର୍ଦ୍ଧା, ଅନୁଗୁଳ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।