Latestରାଜ୍ୟ

ଓଡ଼ିଶାରେ ଫ୍ରାନ୍ସ କରିବ ପୁଞ୍ଜି ନିବେଶ

ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଇଚ୍ଛା ପ୍ରକାଶ କରିଛି ଫ୍ରାନ୍ସ । ତେଣୁ ଆସନ୍ତା ନଭେମ୍ବରରେ ଓଡ଼ିଶାରେ ହେବାକୁଥିବା ମେକ୍ ଇନ୍ ଓଡିଶାରେ ଭାଗ ନେବ ଫ୍ରାନ୍ସ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି ଫ୍ରାନ୍ସ ରାଷ୍ଟ୍ରଦୂତ ଆଲେକଜାଣ୍ଡର ଜିଏଗ୍ଲର । ମୁଖ୍ୟମନ୍ତ୍ରୀଙ୍କୁ ସଚିବାଳୟରେ ସାକ୍ଷାତ କରିବା ପରେ କହିଛନ୍ତି ଫ୍ରାନ୍ସ ରାଷ୍ଟ୍ରଦୂତ ଆଲେକଜାଣ୍ଡର ଜିଏଗ୍ଲର ।

ତେବେ ଆସନ୍ତା ନଭେମ୍ବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ମେକ୍ ଇନ୍ ଓଡ଼ିଶା କନକ୍ଲେଭ । ବିଶେଷ କରି ଇଜ୍ ଅଫ୍ ଡୁଇଙ୍ଗ ବିଜନେଓ ରିପୋର୍ଟ ବାହାରିବା ପରେ ରାଜ୍ୟ ସରକାର ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବିଦେଶ କମ୍ପାନୀଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ କାର୍ଯ୍ୟପଂଥା ଗ୍ରହଣ କରୁଛନ୍ତି । କିଛି ଦିନ ପୂର୍ବେ ଦିଲ୍ଲୀ ଏବଂ ଏହା ପୂର୍ବରୁ ମୁମ୍ବାଇରେ ମଧ୍ୟ ରୋଡ୍ ସୋ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଇ ମାସ ଶେଷ ସପ୍ତାହରେ ଚେନ୍ନାଇରେ ବି ରୋଡ୍ ସୋ’ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ‘ମେକ୍ ଇନ୍ ଓଡିଶା’ କନକ୍ଲେଭ୍ କୁ ସକସେସ୍ କରିବା ଏବଂ ଓଡିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବାକୁ ଚୀନ, ଜାପାନ, ଦକ୍ଷିଣ କୋରିଆ ଆଦି ଦେଶରେ ବି ରୋଡ୍ ସୋ’ ଆୟୋଜନ କରିସାରିଛି ଶିଳ୍ପ ବିଭାଗ ।

ରାଜ୍ୟରେ ପୁଞ୍ଜି ନିବେଶ କରାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ ଜାରି ରହିଛି । ଏହାରି ମଧ୍ୟରେ ପୁଣି ଓଡିଶାର ନାଁକୁ ବିଶ୍ୱସସ୍ତରରେ ପହଁଚାଇବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ । ୬ଟି କ୍ଷେତ୍ର ଯଥା ସ୍କିଲ, ଟୁରିଜମ୍, ଟେକ୍ସଟାଇଲ, ଫୁଡ ପ୍ରୋସେସିଙ୍ଗ ଭଳ ୬ଟି କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ବିଭିନ୍ନ ବିଦେଶର ପୁଞ୍ଜି ନିବେଶକାରୀ ।

Share

Leave a Reply

Your email address will not be published. Required fields are marked *

9 + ten =