ରାଜନୀତିରାଜ୍ୟ

ଆଦିମ ଜନଜାତିଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (ଚଠଞଏ) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି । ଏହା ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି ।


ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ”ମୁଁ ଜାଣେ କାରୋନା ରୋଗ ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ବହୁତ ପ୍ରଭାବ ପଢିଛି । ଆପଣମାନଙ୍କ ରୋଜଗାର ଉପରେ ମଧ୍ୟ ବହୁତ ପ୍ରଭାବ ପଡିଛି । ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି । ଆପଣଙ୍କ କଲ୍ୟାଣ ପାଇଁ ସରକାର କାମ କରୁଛି ।“
ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୧୬୭୯ ଟି ଚଠଞଏ ଗାଁ ରହିଛି । କୋଭିଡ ସମୟରେ ରାଜ୍ୟ ସରକାର ମାସ୍କ ସାନିଟାଇଜର ଓ ସାବୁନ ବଣ୍ଟନ ସହିତ ସଙ୍ଗରୋଧ କେନ୍ଦ୍ର ଏବଂ ଟୀକାକରଣକୁ ପ୍ରାଥମିକତା ଦେଇ କୋଭିଡ ପରିଚାଳନା କରୁଛନ୍ତି । କ୍ଟ୍ରଙ୍ଖଗ୍ଧଶ ଜନଜାତି ଙ୍କ ମଧ୍ୟରୁ ୩୧୪ ଜଣ କୋଭିଡ଼ ପୀଡ଼ିତ ହୋଇଥିଲେ ମଧ୍ୟ ଗୋଟିଏ ବି ଜୀବନ ହାନି ହୋଇନାହିଁ ବୋଲି ଜଣାପଡିଛି ।ଚଠଞଏ ଗାଁ ମାନଙ୍କରେ୧୮ ଟିବଜ୍ଞଭଙ୍କକ୍ଷବଦ୍ଭମରସହିତ କୋଭିଡ ପରିଚାଳନା କୁ ତ୍ୱରାନ୍ୱିତ କରାଯାଇଛି ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି, “ମୁଁ ବହୁତ ଖୁସି ଯେ ଆଜି ଆପଣଙ୍କ ବ୍ୟାଙ୍କ ଖାତାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ୫୦୦୦ ଟଙ୍କା ଜମା କରାଗଲା । ରାଜ୍ୟର ସବୁ ଚଠଞଏ ଜନଜାତି ଗାଁ ର ସବୁ ପରିବାର ଏହି ସହାୟତା ପାଇବେ । ଆମର ଚଠଞଏ ଜନଜାତି ଭାଇ ଭଉଣୀଙ୍କ ମଧ୍ୟରୁ ୩୦୦ ରୁ ଅଧିକ ଲୋକ କାରୋନାରେ ପୀଡିତ ଥିଲେ । ସେତେବେଳେ ସେମାନଙ୍କୁ ୨୫୦୦ ଟଙ୍କାର ଜବଗ୍ଧସକ୍ଟଦ୍ଭ କସଗ୍ଧ ଦିଆଯାଇଥିଲା । ତା ସହିତ ମଜୁରୀ କ୍ଷତି ଭରଣା ପାଇଁ ୧୪୦୦ ଟଙ୍କା ଲେଖାଏଁ ଦିଅଯାଇଥିଲା ।“

ସମସ୍ତେ ସଚେତନ ରହିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ବିଷୟରେ ଆମେ ବିଶେଷ କିଛି ଜାଣି ନାହୁଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ । ମାସ୍କ ପିନ୍ଧିବା , ବାରମ୍ବାର ସାବୁନରେ ହାତ ଧୋଇବା ଓ ଭିଡରୁ ଦୂରରେ ରହିଲେ କାରୋନା ଆମଠାରୁ ଦୂରେଇଯିବ । ତା ସହିତ ସମସ୍ତଙ୍କ ପାଇଁ ଦୁଇ ଡ଼ୋଜ ଟୀକା ଖୁବ ଜରୁରୀ । ସେମାନଙ୍କ ମଧ୍ୟରୁ ଅନେକ ଜଣ ଟୀକା ନେଲେଣି ଜାଣି ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ସମସ୍ତେ ଟୀକା ନିଅନ୍ତୁ , ନିଜ ପରିବାର , ବନ୍ଧୁ ସମସ୍ତଙ୍କୁ ଟୀକା ନେବାକୁ କୁହନ୍ତୁ ବୋଲି ଅନୁରୋଧ କରିଥିଲେ ।

ସେହିପରି ଝଉଌ ଝଞ ଛାତ୍ର ଛାତ୍ରୀଙ୍କ ବୃତ୍ତି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ , “ ମୁଁ ଆଶା କରୁଛି ତୁମେ ମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବ । ମୁଁ ଚାହେଁ ତୁମେ ମାନେ ଭଲ ପାଠ ପଢ । ବଡ ମଣିଷ ହୁଅ । ତୁମ ପରିବାର , ତୁମ ଗାଁ , ତୁମ ସମାଜକୁ ବିକାଶ ସହ ଯୋଡି ପରିବର୍ତ୍ତନର ସାରଥି ହୁଅ ।“

ଆଜି ମଧ୍ୟ ୬୦,୦୦୦ ଝଉଌ ଝଞ ଛାତ୍ର ଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ ଏ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଗଲା । ଏହା ପିଲାଙ୍କ ବାପା ମା ‘ ଙ୍କ ବ୍ୟାଙ୍କ ଖାତାରେ ଜମା ହେଲା । ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଗଲା । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ । ସୂଚନାଯୋଗ୍ୟ ଯେ ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା ।

ଏହି କାର‌୍ୟ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । କୋଭିଡ ପରିଚାଳନାରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ଵ ଯୋଗୁଁ ରାଜ୍ୟର ଛବି ଉଜ୍ଜ୍ଵଳ ହୋଇଛି ବୋଲି ସେ କହିଥିଲେ । ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସହାୟତା ଦ୍ଵାରା ଜନଜାତି ସମୁଦାୟଙ୍କ ଆର୍ଥିକ, ସାମାଜିକ ବିକାଶ ହେବା ସହିତ ସେମାନଙ୍କ ମନୋବଳ ମଧ୍ୟ ବୃଦ୍ଧି ପାଇବ । ଚିତ୍ରକୋଣ୍ଡା ଓ କରଞ୍ଜିଆର ବିଧାୟକ ମଧ୍ୟ ଉପସ୍ଥିତ ରହି ସେମାନଙ୍କର ମତବ୍ୟକ୍ତ କରିଥିଲେ ।

ଏହି କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାୟଗଡା ଓ କଳାହାଣ୍ଡି ଜିଲ୍ଲାର କେତେକ ଚଠଞଏ ପରିବାର ସହିତ ଆଲୋଚନା କରିଥିଲେ । ରାୟଗଡାର ଲହରୀ ଗୁଣ୍ଡିଆ, କଳାହାଣ୍ଡିର ରତନୀ ମାଝି ଏବଂ ଆଉ କେତେ ଜଣ ହିତାଧିକାରୀ ୫୦୦୦ ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ସେମାନେ କୋଭିଡ ସମୟରେ ସରକାରଙ୍କ ଠାରୁ ଉତ୍ତମ ସେବା ପାଉଛନ୍ତି ବୋଲି ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଟୀକା ନେଇଛନ୍ତି କି ନାହିଁ ପଚାରି ବୁଝିଥିଲେ । ସେମାନେ ସମସ୍ତେ ଟୀକା ନେଇଛନ୍ତି ବୋଲି କହିଥିଲେ ।

ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ୟୋତି ସିଂ, ବିଦୂସ୍ମିତା ମୁଣ୍ଡା ଓ ମୟୂରଭଞ୍ଜର ସୋନାଲି ସୋରେନ ଓ ପାର୍ବତୀ ସୋରେନ ପ୍ରମୁଖ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

3 × one =