Latestରାଜ୍ୟ

ବାତ୍ୟା ପ୍ରଭାବିତଙ୍କୁ ସହଯୋଗର ହାତ ବଢ଼ାଇଲେ ପ୍ରଣବ

ଭୁବନେଶ୍ୱର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ଦଳର ନେତା ଓ କର୍ମୀ । ନେତାମାନେ ବିପର୍ଯ୍ୟୟ ସମୟରେ ବି ଲୋକଙ୍କ ସହ ରହିଛନ୍ତି । ପ୍ରଭାବିତ ଲୋକଙ୍କୁ ସହଯୋଗର ହାତ ବଢ଼ିଛନ୍ତି।  ସରକାରଙ୍କ ସହ କାନ୍ଧରେ କାନ୍ଧ ମିଶାଇ ଦୁର୍ଦ୍ଦିନରେ ଲୋକଙ୍କ ସୁଖ ଦୁଃଖର ସାଥି ହୋଇଛନ୍ତି । 

ୟାସ୍ ବାତ୍ୟା ପ୍ରବାଭିତ ଜିଲ୍ଲା ମାନଙ୍କ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ମୂଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏବଂ ଛାତ୍ର ବିଜେଡ଼ି ରାଜ୍ୟ ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲା ଗ୍ରସ୍ତ କରି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମର ନେତୃତ୍ବ ନେଇଛନ୍ତି। ଉଭୟ ପ୍ରଥମେ ବାଲେଶ୍ଵର ଜିଲ୍ଲା ଗ୍ରସ୍ତ କରି ୟାସ୍ ବାତ୍ୟା ପ୍ରଭାବିତ ସମସ୍ତ ଅଂଚଳ ଗୁଡ଼ିକୁ ପରିଦର୍ଶନ କରିବା ସହ ରିଲିଫ୍ ସାମଗ୍ରୀ ବଣ୍ଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ କହିଥିଲେ “ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜୁ ଯୁବ ଛାତ୍ର ଜନତା ଦଳ ସର୍ବଦା ସାମାଜିକ ପ୍ରତିବଦ୍ଧତା ନିମନ୍ତେ ସଂକଳ୍ପବଦ୍ଧ। ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲାରେ ସ୍ବଭାବିକ ପରିସ୍ଥିତି ଫେରି ଆସିବା ପର୍ଯ୍ୟନ୍ତ ଏହି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିବ। ଯୁବ ଛାତ୍ର ନେତୃବୃନ୍ଦଙ୍କ ସାମାଜିକ ସହଯୋଗ ପାଇଁ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରୁଛି” । ବିଜେଡି ଛାତ୍ର ସଭାପତି ତ୍ରିପାଠୀ ରିଲିଫ୍ କାର୍ଯ୍ୟକ୍ରମରେ ସାମିଲ ହୋଇ ସମସ୍ତ ଛାତ୍ର ନେତା ମାନଙ୍କୁ ଉତ୍ସାହିତ କରିଥିଲେ।

Share

Leave a Reply

Your email address will not be published. Required fields are marked *

nine + six =