Latestରାଜନୀତିରାଜ୍ୟ

ଗେରୁଆ ହେବ ସରକାରୀ କୋଠା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ ।ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲଟିଡି ଇଆଇସି ତଥା ଏମଡିଙ୍କୁ ଚିଠି କରାଯାଇଛି । ଏହା ସହିତ ପୂର୍ତ୍ତ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ମୁଖ୍ୟ ଯନ୍ତ୍ରୀମାନଙ୍କୁ ଏନେଇ ଚିଠି କରାଯାଇଛି ।

ତେବେ ସରକାରୀ କୋଠାର ବାହାର ପଟ କମଳା ଓ ନାଲି ବର୍ଡ଼ର ରହିବ । ଏହା ପୂର୍ବରୁ ନୂଆ ସରକାର ଆସିବା ପରେ ନିକଟରେ ସରକାର ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ମଧ୍ୟ ବଦଳାଇବାକୁ ନିଷ୍ପତ୍ତି ନେଇଥିଲେ । ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି ହୋଇଥିବା ବେଳେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ସବୁ ବିଭାଗ ସହ ଆଲୋଚନା ପରେ ସରକାର ନିଷ୍ପତ୍ତି ନେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

15 − 7 =