ରାଜ୍ୟ

ମୁଖ୍ୟମନ୍ତ୍ରୀ କରିବେ ରଥଯାତ୍ରାର ସମୀକ୍ଷା ବୈଠକ

ଭୁବନେଶ୍ୱର: ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୮ ତାରିଖରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ହେବ ଆଲୋଚନା । ଆସନ୍ତା ୧୨ ତାରିଖରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ବିନା ଭକ୍ତରେ ରଥାରୁଢ଼ ହେବେ ଶ୍ରୀଜୀଉ । ତେବେ ରଥଯାତ୍ରା ଲାଗି ପ୍ରସ୍ତୁତି ସମୀକ୍ଷା ବୈଠକ ଆସନ୍ତା ୮ ତାରିଖରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen − 4 =