Latestରାଜ୍ୟ

ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗରେ ଶକ୍ତିମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର() ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । ସେ କହିିିଛନ୍ତ୍ତି ବିଦ୍ୟୁତ ଦର ପ୍ରସଙ୍ଗରେ ନିଷ୍ପତ୍ତି ନିଏ OERC । ଗତ ୭ବର୍ଷ ଧରି ବଢ଼ିନଥିଲା ବିଦ୍ୟୁତ ଦର । OERCର ନିଷ୍ପତ୍ତିକୁ ଆମେ ଗ୍ରହଣ କରୁଛୁ ବୋଲି ସେ କହିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ ଅକ୍ଟୋବର ମାସ ଠାରୁ ବିଦ୍ୟୁତ ୟୁନିଟ ପିଛା ୨୦ ପଇସା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି । ତେବେ ବିଦ୍ୟୁତ ଦର ୫୦ ୟୁନିଟ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସାକୁ ବୃଦ୍ଧି ପାଇଥିବା ବେଳେ ୧୦୦ ୟୁନିଟ ପର୍ଯ୍ୟନ୍ତ ୩ଟଙ୍କା ୬୦ ପଇସା, ୨ଶହ ଯାଏଁ ୪ଟଙ୍କା ୫ ପଇସା ବୃଦ୍ଧି କରାଯାଇଛି । ସେହିପରି ୩ଶହ ୟୁନିଟ ଯାଏଁ ୪ଟଙ୍କା ୫୩ ପଇସା, ୪ଶହ ୟୁନିଟ ଯାଏଁ ୪ଟଙ୍କା ୭୮ ପଇସା ଓ ୫ଶହ ୟୁନିଟ ପର୍ଯ୍ୟନ୍ତ ୫ଟଙ୍କା ବୃଦ୍ଧି କରାଯାଇଛି ବୋଲି ଆୟୋଗ ପକ୍ଷରୁ କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

four × three =