ବୁଲା ପ୍ରାଣୀଙ୍କ ଖାଦ୍ୟ ବ୍ୟବସ୍ଥା ନିମନ୍ତେ ଆଉ ୫୫ ଲକ୍ଷ ମଞ୍ଜୁର
ଭୁବନେଶ୍ୱର: ରାଜ୍ୟରେ କରୋନା ବୃଦ୍ଧିକୁ ନଜରରେ ରଖି ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି କରିଛନ୍ତି ରାଜ୍ୟ ସରକାର ।ତେବେ ଏହି ସମୟରେ ବୁଲା ଗାଈ ଗୋରୁ, କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।
ନିର୍ଦ୍ଦେଶ ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟ ରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଷାଠିଏ ଲଷ ଟଙ୍କା ମଞୁର କରାଯାଇଥିଲା ।