Latestରାଜ୍ୟ

୨୦ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର()  ଆସନ୍ତା ୨୦ରେ ଆସୁଛି ଆଉ ଏକ ଲଘୁଚାପ  । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି  । ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ତେବେ ଲଘୁଚାପର ରୂପରେଖ ଆଗାମୀ ଦିନରେ ସ୍ପଷ୍ଟ ହେବ  ।
କେନ୍ଦ୍ରର ନିଦେ୍ର୍ଧଶକ ଏଚ ଆର ବିଶ୍ୱାସ କହିଛନ୍ତି, ୧୩ ତାରିଖ ଦିନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ଦୁର୍ବଳ ହୋଇଯାଇଛି । ଅନ୍ୟ ପଟେ ମୌସୁମୀ ଏବେ ରାଜ୍ୟରେ ଦୁର୍ବଳ ରହିଛି । ତେଣୁ ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ପାଗ ଶୁଖିଲା ଓ ଖରାଟିଆ ରହିବ । ତାପମାତ୍ରା ସ୍ୱାଭାବିକଠାରୁ ୨/୩ ଡିଗ୍ରୀ ଅଧିକ ରହିବ । ୩ ଦିନ ଧରି ଏପରି ସ୍ଥିତି ଲାଗି ରହିବା ପରେ ୧୯ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ । ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା କରାଇବ  ।

Share

Leave a Reply

Your email address will not be published. Required fields are marked *

seven − 2 =