ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ଏସଆରସି
ଭୁବନେଶ୍ୱର() ଲଘୁଚାପ ଜନିତ ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି । ଏନେଇ ଶ୍ରୀ ଜେନା ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି । ପରିସ୍ଥିତି ଉପରେ ନଜର ରଖିବାକୁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସମ୍ଭାବନା ଥିବା ନେଇ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ତୟାର ରହିବାକୁ ଶ୍ରୀ ଜେନା ନିଦେ୍ର୍ଧଶ ଦେଇଛନ୍ତି ।
ପ୍ରକାଶ ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।