Latestରାଜ୍ୟ

ବର୍ଷକରେ ସମ୍ ୧ନମ୍ବର ମଲ୍ଟିସ୍ପେଶାଲିଟି ହସ୍ପିଟାଲ୍

ଭୁବନେଶ୍ୱର: ମାତ୍ର ଏକ ବର୍ଷ ମଧ୍ୟରେ ପୁଣି ଏକ ସଫଳତା ସାଉଁଟିଛି ସମ୍ ଅଲ୍ଟିମେଟ ମେଡିକେୟାର । ଏକ ନମ୍ବର ମଲ୍ଟିସ୍ପେଶାଲିଟି ହସ୍ପିଟାଲ୍ ମାନ୍ୟତା ହାସଲ କରିଛି ସମ୍ ଅଲ୍ଟିମେଟ୍ ମେଡିକେୟାର । ଟାଇମ୍ସ ଗ୍ରୁପ୍ ଦ୍ୱାରା ଆୟୋଜିତ ଟାଇମ୍ସ ହେଲଥ ଆଇକନ୍ ଆୱାର୍ଡ କାର୍ଯ୍ୟକ୍ରମରେ ଦୱାନ୍ ଷ୍ଟପ୍, ନେକ୍ସଟ ଜେନେରେସନ୍ ମଲ୍ଟିସ୍ପେଶାଲଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ୍ ମେଡିକେୟାର ( ସମ୍ମମ୍)କୁ ମିଳିଛି ଏହି ସମ୍ମାନ ।

ଟାଇମ୍ସ ହେଲ୍ଥ ଆଇକନ୍ ଆୱାଡ କାର୍ଯ୍ୟକ୍ରମରେ ଇମର୍ଜିଂ କାଟେଗୋରୀରେ ପୂର୍ବ ଭାରତର ଏକ ନମ୍ବର ମଲ୍ଟିସ୍ପେଶାଲଟି ହସ୍ପିଟାଲ୍ ଭାବେ ରୋଗୀ ସେବା ଏବଂ ସୁରକ୍ଷା କ୍ଷେତ୍ରରେ ଉକ୍ରୃଷ୍ଟ ଧରଣର କାର୍ଯ୍ୟକରି ଏହି ଯୋଗ୍ୟତା ହାସଲ କରିଛି ସମ୍ । ସମ୍ ଅଲ୍ଟିମେଟ ମେଡିକେୟାରର କାର୍ଡିଓଲୋଜି, ନ୍ୟୁରୋଲୋଜି, ନେଫ୍ରୋଲୋଜି, ଅଙ୍କୋଲୋଜି, ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି, ଗାଏନାକୋଲୋଜି ଆଣ୍ଡ ଅବଷ୍ଟ୍ରେଟିକ୍ସ, ୟୁରୋଲୋଜି, ଏର୍ମଜେନ୍ସି ଆଣ୍ଡ ଟ୍ରମା ଏବଂ ପେଡିଆଟି୍ରକ୍ସଭଳି ବିଭାଗଗୁଡ଼ିକଏମର୍ଜିଂ କାଟେଗୋରୀରେ ଟାଇମ୍ସ ହେଲ୍ଥ ଆଇକନ୍ ଆୱାର୍ଡଦ୍ୱାରାଏକ ନମ୍ବରର ମାନ୍ୟତା ପାଇ ସମ୍ମାନିତ ହୋଇଛି ।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲ୍ ପକ୍ଷରୁ ଚିଫ୍ ଏକ୍ସିକ୍ୟୁଟିଭ୍ ଅଫିସର୍ ଡଃ ଶ୍ୱେତପଦ୍ମା ଦାଶ ଏବଂ ଚିଫ୍ ଅଫ୍ମେଡିକାଲ୍ ସର୍ଭିସେସ୍ ବି୍ରଗେଡିଅର୍ ଡାକ୍ତରବିରାଜ ମୋହନ ମିଶ୍ର ଉପସ୍ଥିତ ରହି ସମ୍ମାନ ଗ୍ରହଣ କରିଥିଲେ ।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏବଂ ବରିଷ୍ଠ ବଲିଉଡ୍ ଅଭିନେତା ସୁନୀଲ ସେଠୀ ଅତିଥି ଭାବେ ଯୋଗ ଦେଇ ସମ୍ମାନ ପ୍ରଦାନ କରିଥିଲେ । ନିକଟରେ ସମ୍ ଅଲ୍ଟିମେଟ୍ ମେଡିକେୟାର ନ୍ୟାସ୍ନାଲ୍ ଆକ୍ରେଡିଟେସନ୍ ବୋର୍ଡ ଫର୍ ହସ୍ପିଟାଲ୍ ଆଣ୍ଡ ହେଲ୍ଥ କେୟାର ପ୍ରୋଭାଇଡର୍ସ (ଏନ୍.ଏ.ବି.ଏଚ୍) ସାର୍ଟିଫିକେଟ୍ ପାଇବା ନିମନ୍ତେ ଯୋଗ୍ୟତା ହାସଲ କରିଛି ।

ଏହାର ୫ମ ସଂସ୍କରଣକୁ ଗୋଟିଏ ବର୍ଷ ଶେଷ ହୋଇ ନଥିବା ବେଳେ ସଫଳତାର ସହ ସମ୍ ରେକର୍ଡ ସଂଖ୍ୟକ ୩୬୫ ଦିନ ସମୟସୀମା ମଧ୍ୟରେ ଏହି ସ୍ୱୀକୃତି ହାସଲ କରିପାରିଛି ।ଏନ୍.ଏ.ବି.ଏଚ୍ ୫ମ ସଂସ୍କରଣରେ ସ୍ୱୀକୃତି ପାଇବା ନେଇ ସମ୍ ହେଉଛି ଭାରତର ପ୍ରଥମ ହସ୍ପିଟାଲ୍ ।ବର୍ଷକ ମଧ୍ୟରେ ଏହି ହସ୍ପିଟାଲ୍ ୫ଟି ଉଚ୍ଚମାନର ସ୍ୱୀକୃତି ହାସଲ କରିବାରେ ସକ୍ଷମ ହୋଇପାରିଛି ।

Share

Leave a Reply

Your email address will not be published. Required fields are marked *

nine + 8 =