ଉପରାଷ୍ଟ୍ରପତିଙ୍କ ଗସ୍ତ ବାତିଲ ,ବଟଲିଂ ପ୍ଲାଣ୍ଟ ଲୋକାର୍ପଣ କଲେ ରାଜ୍ୟପାଳ
ବଲାଙ୍ଗୀର : ଆଜି ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟ ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଲୋକାର୍ପଣ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ୟ୍ୟକ୍ରମ ରହିଥିଲା । କିନ୍ତୁ ଖରାପ ପାଗ ଯୋଗୁଁ ଉପରାଷ୍ଟ୍ରତିଙ୍କ ବଲଙ୍ଗୀର ଗସ୍ତ କାର୍ୟ୍ୟକ୍ରମ ବାତିଲ ପରେ ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏହି କାର୍ୟ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସଙ୍ଗୀତା ସିଂହଦେଓ, ମନ୍ତ୍ରୀ ଅରୁଣ ସାହୁ ଓ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଛନ୍ତି ।
୧୯ ମାସରେ ୧୦୩ କୋଟି ଟଙ୍କା ବ୍ୟୟରେ ଏହି ବଟଲିଂ ପ୍ଲାଣ୍ଟ ନିର୍ମିତ ହୋଇଛି। ବଟଲିଂ ପ୍ଲାଣ୍ଟରେ ବାର୍ଷିକ ୪୨ ଲକ୍ଷ ସିଲିଣ୍ଡର ଉତ୍ପାଦନ କରିବା କ୍ଷମତା ରହିଛି। ଏହି ପ୍ଲାଣ୍ଟ ଦ୍ଵାରା ପଶ୍ଚିମ ଓଡିଶାର ୧୪ଟି ଜିଲ୍ଲା ଉପକୃତ ହେବେ।